ଆଜିଠୁ ଜୋରଦାର ହେବ ଟ୍ରାଫିକ ଧରପଗଡ଼ , ମିଳିବନି ନିସ୍ତାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କୁ ନିସ୍ତାର ନାହିଁ।  ଜୋରଦାର ହେବ ଧରପଗଡ଼ ଓ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ  । ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିର୍ଦ୍ଦେଶକ୍ରମେ ରାଜ୍ୟରେ ଆଜିଠୁ ସ୍ପେଶାଲ୍ ଡ୍ରାଇଭକୁ ଜୋରଦାର କରାଯିବ । ଏନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ । ଆଜିଠୁ ୨୧ ତାରିଖ ଯାଏଁ ସକାଳ ୯ଟାରୁ ଅପରାହ୍ନ ୨ଟା ଏବଂ ଅପରାହ୍ନ ୩ଟାରୁ ସଂଧ୍ୟା ୬ଟା […]

traffic rule

  • Published: Tuesday, 18 October 2022
  • , Updated: 18 October 2022, 08:07 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କୁ ନିସ୍ତାର ନାହିଁ।  ଜୋରଦାର ହେବ ଧରପଗଡ଼ ଓ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ  । ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିର୍ଦ୍ଦେଶକ୍ରମେ ରାଜ୍ୟରେ ଆଜିଠୁ ସ୍ପେଶାଲ୍ ଡ୍ରାଇଭକୁ ଜୋରଦାର କରାଯିବ । ଏନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ।

ଆଜିଠୁ ୨୧ ତାରିଖ ଯାଏଁ ସକାଳ ୯ଟାରୁ ଅପରାହ୍ନ ୨ଟା ଏବଂ ଅପରାହ୍ନ ୩ଟାରୁ ସଂଧ୍ୟା ୬ଟା ଯାଏଁ ରାଜ୍ୟ ରାଜପଥ ଏବଂ ଜାତୀୟ ରାଜପଥରେ ଚାଲିବ ଧରପଗଡ଼ ଅଭିଯାନ । ଅଭିଯାନରେ ପୁଲିସ ମଧ୍ୟ ସାମିଲ ହେବ ।

ଏହି ସ୍ପେଶାଲ ଡ୍ରାଇଭ୍‌ରେ ଫୋକସରେ ରହିବ ବିନା ହେଲମେଟରେ ଗାଡ଼ି ଚାଳନା, ଗାଡ଼ି ଚଳାଉଥିବାବେଳେ ମୋବାଇଲ୍ ବ୍ୟବହାର, ସିଟ୍ ବେଲ୍ଟ ଏବଂ ସର୍ବାଧିକ ବେଗରେ ଗାଡ଼ି ଚାଳନା ।  ବିନା ଲାଇସେନ୍ସରେ ବାଇକ୍ ଚାଳନା କରୁଥିବା ବ୍ୟକ୍ତିଙ୍କ ଗାଡ଼ିକୁ ଜବତ କରାଯିବ । ସେହିପରି ବିନା ହେଲମେଟ୍ରେ ଯାତ୍ରା କରୁଥିଲେ ୩ ମାସ ପାଇଁ ଡ୍ରାଇଭିଂ ଲାଇସେନ୍ସ ବାତିଲ କରାଯିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ।

Related story