ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ଲେଭଲ୍ କ୍ରସିଂ ଗେଟ୍ ପାର୍ଶ୍ୱରେ ଗଳି ଯିବା ମହଙ୍ଗା ପଡ଼ିଛି। ଟ୍ରେନ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ମେଡିକାଲ୍ରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଆଜି ସଞ୍ଜ ବେଳେ ଏମିତି ମର୍ମନ୍ତୁଦ ଦୁର୍ଘଟଣା ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଲେଭଲ କ୍ରସିଂରେ ଘଟିଛି।
ଆଜି ସନ୍ଧ୍ୟାରେ ଚେନ୍ନାଇ-ଆସାନସୋଲ୍ ସାପ୍ତାହିକ ଏକ୍ସପ୍ରେସ ଯାଉଥିଲା। ଏହି ସମୟରେ ଲେଭଲ କ୍ରସିଂ ଗେଟ୍ ବନ୍ଦ ରହିଥିଲା। ତେବେ ଦୁଇ ବାଇକ୍ ଆରୋହୀ ବିଜୟ ଲାକ୍ରା ଓ ରବି ତିର୍କୀ ଲେଭଲ୍ କ୍ରସିଂ ପାର୍ଶ୍ୱରେ ଥିବା ଗଳା ରାସ୍ତାରେ ଟ୍ରାକ୍ ଅତିକ୍ରମ କରିବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ଦ୍ରୁତ ଗତିରେ ଆସିଥିବା ଟ୍ରେନଟି ଉଭୟଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ତୁରନ୍ତ ଉଭୟଙ୍କୁ ଉଦ୍ଧାର କରାଯାଇ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ବିଜୟ ଲାକ୍ରାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ରବି ତିର୍କୀ ଗୁରୁତର ଆହତ ହୋଇଛନ୍ତି। ଏବେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।