କୋଣାର୍କ(ଓଡ଼ିଶା ରିପୋର୍ଟର):ସମୁଦ୍ରରେ ବୁଡ଼ିଲା ଟ୍ରଲର। ଅଳ୍ପକେ ବର୍ତ୍ତିଲେ ୭ କର୍ମଚାରୀ। ଅସ୍ତରଙ୍ଗ ଦେବୀ ମୁହାଣ ପାର୍ଶ୍ୱବର୍ତ୍ତୀ ସମୁଦ୍ରରେ ବୁଡ଼ିଗଲା ଟ୍ରଲରଟ୍ରଲରର ୭ କର୍ମଚାରୀଙ୍କୁ ଉଦ୍ଧାର କଲେ ଅନ୍ୟ ମତ୍ସ୍ୟଜୀବୀ। ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଟ୍ରଲର ସମୁଦ୍ରରେ ବୁଡ଼ି ଯାଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଅସ୍ତରଙ୍ଗ-୨ ନାମକ ଏକ ଟ୍ରଲର ମାଛ ମାରିବାକୁ ଯାଇଥିଲା।
ତେବେ ଅସ୍ତରଙ୍ଗର ଦେବୀ ମୁହାଣଠାରୁ ୨ କିମି ଦୂରରେ ଆଜି ସନ୍ଧ୍ୟାରେ ଉକ୍ତ ଟ୍ରଲରଟି ବୁଡ଼ି ଯାଇଥିଲା। ଯାନ୍ତ୍ରିକ ତ୍ରୁଟି ଏବଂ ଟ୍ରଲରର ତଳ ପାର୍ଶ୍ୱରେ ଛିଦ୍ର ଥିବାରୁ ପାଣି ପଶିଯାଇଥିଲା। ତେବେ ଏଥିରେ ଥିବା ୭ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।
Crime
ଉଜୁଡ଼ିଗଲା ଫସଲ; ହୃଦଘାତରେ ଟଳି ପଡ଼ିଲେ ଚାଷୀ
ଦାଉ ସାଧିଲା ଅଦିନିଆ ବର୍ଷା । ଉଜୁଡ଼ିଗଲା ଫସଲ। ବର୍ଷ ଯାକର ପରିଶ୍ରମ ପାଣିରେ ପଡ଼ିଲା। ଏହା ଦେଖି ସହ୍ୟ କରିବା କଷ୍ଟକର ହେଲା ଆଉ ଶେଷରେ ହୃଦଘାତରେ ଟଳି ପଡ଼ିଲେ ଚାଷୀ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।