କଟକ( ଓଡ଼ିଶା ରିପୋର୍ଟର) : କଟକରେ ଲଗାତାରା ଭାବେ ସଂଘଟିତ ତିନିଟି ହତ୍ୟା ଘଟଣା ପୁଲିସର ମୁଣ୍ଡ ବିନ୍ଧା ବଢ଼ାଇ ଦେଇଛି। ଅଭିଯୁକ୍ତଙ୍କୁ ଗିରଫ ଲାଗି ପୁଲିସ ଛାନଭିନ୍ ଜାରି ରଖିଥିଲେ ବି କିଛି ସୁରାକ ପାଇପାରି ନାହିଁ। ୩ଟି ହତ୍ୟାକାଣ୍ଡ ଯେଉଁ ଶୈଳୀରେ ହୋଇଛି, ଏଥିରେ ଜଣେ ବ୍ୟକ୍ତି ହିଁ ସଂପୃକ୍ତ ଥିବା ପୋଲିସ ଅନୁମାନ କରୁଛି। ହତ୍ୟାକାରୀ ରାସ୍ତାକଡରେ ଶୋଉଥିବା ଗରିବ ଓ ବାସହୀନଙ୍କୁ ଟାର୍ଗେଟ କରୁଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଇଛି। । .
ଏହାକୁ ନେଇ କଟକରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ି ଯାଉଥିବା ଅଭିଯୋଗ ହେଉଥିବା ବେଳେ ଘଟଣାକୁ ଗୁରୁତ୍ୱର ସହ ନେଇଛି କଟକ ପୁଲିସ। ରାତିରେ ପୁଲିସ ପାଟ୍ରୋଲିଂ କଡ଼ାକଡ଼ି କରୁଛି। କଟକରେ ନିଜେ ପୋଲିସ କମିଶସର ଓ ଡିସିପି ପାଟ୍ରୋଲିଂ କରିଛନ୍ତି। ନିରାଶ୍ରୟଙ୍କୁ ଉଦ୍ଧାର କରି ରାତିରେ ଆଶ୍ରୟ ସ୍ଥଳରେ ରଖାଯାଉଛି। ସାଇଣ୍ଟିଫିକ୍ ଟିମ ସହାୟତାରେ ପୋଲିସ ଘଟଣାର ତଦନ୍ତ କରୁଛି। ରାଣୀହାଟ,ଏସସସିବିର କାର୍ଡିଓଲୋଜି ବିଭାଗ ସାମ୍ନା ଓ ତାପରେ ଓଏମପି ଛକରେ ହତ୍ୟାକାଣ୍ଡ ହୋଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।