ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ଟିଟ୍ଲଶଗଡ଼ ରାସ୍ତାରେ ସିଙ୍ଗଖମନ ବ୍ରିଜ୍ ନିକଟରେ ଜଣେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଟ୍ରକ୍ ବ୍ରିଜ୍ ତଳକୁ ଖସିପଡ଼ିଛି। ଟ୍ରକ୍ ଧକ୍କାରେ ରତାଖଣ୍ଡି ଗ୍ରାମର ସୁବାଷ ଭୋଇଙ୍କ ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର ଅଛନ୍ତି। ଟ୍ରକ୍ ଡ୍ରାଇଭରକୁ ସ୍ଥାନୀୟ ଲୋକେ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ମେଲିକାଲ କଲେଜରେ ଭର୍ତ୍ତି କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ମୃତ ସୁବାଷଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସିଙ୍ଗଖମନ ଛକଠାରେ ରାସ୍ତରୋକ କରିଛନ୍ତି।ଫଳରେ ବଲାଙ୍ଗିରରୁ ଟିଟଲାଗଡ଼ ପଟକୁ ଗାଡ଼ି ଚଳାଚଳ ବନ୍ଦ ରହିଛି। ପୁଲିସ ଆନ୍ଦୋଳନକାରୀଙ୍କ ସହ ଆଲୋଚନା ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।