ବିନିକା (ଦିଲ୍ଲୀପ ସାହୁ): ବସ୍କୁ ଅପେକ୍ଷା କରିଥିବା ବେଳେ ମାଡ଼ିଗଲା ଗ୍ୟାସ୍ ବୋଝେଇ ଟ୍ରକ୍। ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସୁବର୍ଣ୍ଣପୁର ଜିଲ୍ଲା ଅଞ୍ଚଳରେ ଘଟିଛି।
ବିନିକା ଥାନା ଚେରୁପାଲି ଗାଁର ରୁଖ ଭରାସାଗର, ତାଙ୍କ ଝିଅ, ସୌନପୁର ଗାଁର ସୁରେନ୍ଦ୍ର ବରିହାଙ୍କ ସମେତ ଅନ୍ୟ ଜଣେ ବସ୍କୁ ଅପେକ୍ଷା କରିଥିଲେ। ଏହି ସମୟରେ ବିନିକାରୁ ଆସୁଥିବା ଏକ ଗ୍ୟାସ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ସେମାନଙ୍କ ଉପରେ ମାଡ଼ି ଯାଇ ପରିତ୍ୟକ୍ତ ଘରେ ପଶି ଯାଇଥିଲା। ଫଳରେ ଘଟଣାସ୍ଥଳରେ ରୁଖ ଭରାସାଗର ଓ ସୁରେନ୍ଦ୍ର ବରିହାଙ୍କ ମୃତ୍ୟୁ ଘଟିଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ରୁଖ ଭରାସାଗରଙ୍କ ଝିଅ ଓ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବିନିକା ମେଡିକାଲ୍ରେ ଭର୍ତ୍ତି କରିଥିଲେ।
ଏହି ଘଟଣାରେ ପୁଲିସ ଟ୍ରକ୍ ଚାଳକଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି
ଧନୁଯାତ୍ରାରେ ଅଂଶ ଗ୍ରହଣ କରିଥିବା ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ। ଧନୁଯାତ୍ରାକୁ UNESCO ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ବିଶେଷଜ୍ଞ କମିଟି ଗଠନ କରାଯିବ।
Miscellaneous
‘ନୂଆବର୍ଷରେ ଫୁଲଟିଏ ବଦଳରେ ଗଛଟିଏ ଉପହାର ଦିଅନ୍ତୁ’
ଆଜି ବକୁଳ ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ ‘ଫୁଲ ବଦଳରେ ଗଛଟିଏ’ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ପରିବେଶ ପାଇଁ ଗଛଟିଏର ପ୍ରମୁଖ ଭୂମିକା ରହିଛି। ଆଜିକାଲି ରାସ୍ତା ପ୍ରଶସ୍ତିକରଣ ଓ ବିଭିନ୍ନ ଉନ୍ନତିକରଣ ନାଁରେ ଅନେକ ବଡ଼ ବଡ଼ ଗଛକୁ କଟା ଯାଉଛି।
Politics
୪୮ଘଣ୍ଟା ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ ଓ ଫସଲ କ୍ଷତିର ସଠିକ୍ ଆକଳନ କର: ମୁଖ୍ୟମନ୍ତ୍ରୀ
ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଚଳିତମାସ ୨୦ରୁ ୨୮ତାରିଖ ମଧ୍ୟରେ ରାଜ୍ୟରେ ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ ।
Crime
୩ ମହିଳା ନକ୍ସଲ ଗିରଫ, ମୁଣ୍ଡ ଉପରେ ଥିଲା ୮ ଲକ୍ଷ ଟଙ୍କା ପୁରସ୍କାର
ଗିରଫ ସମସ୍ତ ନକ୍ସଲଙ୍କ ଘର ମାଲକାନଗିରି ଜିଲ୍ଲାରେ।