ସୁବର୍ଣ୍ଣପୁର (ରବିନ୍ଦ୍ର ହୋତା): ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ତେଲ ଟ୍ୟାଙ୍କର। ସୋନପୁର-ସମ୍ବଲପୁର ରାସ୍ତାର ପତ୍ରାପାଲି ନିକଟରେ ଘଟିଛି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଟ୍ୟାଙ୍କର ଭିତରେ ଜୀବନ୍ତ ଜଳିଗଲେ ଡ୍ରାଇଭର। ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି ବୁର୍ଲା ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି। ମାତ୍ର ତାଙ୍କ ପରିଚୟ ମିଳିପାରି ନାହିଁ।
ଦୁର୍ଘଟଣା ପରେ ସମ୍ବଲପୁର-ସୋନପୁର ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ମାତ୍ର ଟ୍ରକ୍ ଚାଳକ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ବର୍ତ୍ତମାନ ସୁଦ୍ଧାର ଉଦ୍ଧାର କାର୍ଯ୍ୟ ଚାଲିଛି। ଦେଖନ୍ତୁ ଭିଡିଓ।
https://youtu.be/8IedZd7O9pU
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।