ଟ୍ରକ୍‌ ପଛରେ ପିଟି ହେଲା ଆମ୍ବୁଲାନ୍ସ

ଯାଜପୁର (ଅଜୟ ପତି): ଯାଜପୁର ରୋଡ୍‌ ଥାନା ଦଳା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ପଛରେ ଏକ ୧୦୮ ଆମ୍ବୁଲାନ୍ସ  ପିଟି ହୋଇଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।  ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଚାଳକଙ୍କ ସହିତ ମୃତ ମହିଳାଙ୍କ ୮ ମାସର ଶିଶୁ ପୁତ୍ର ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ଯାଜପୁର ରୋଡ୍‌ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ […]

accident-3-2

accident-3-2

Niharika Rout
  • Published: Thursday, 05 December 2019
  • Updated: 05 December 2019, 08:19 AM IST

Sports

Latest News

ଯାଜପୁର (ଅଜୟ ପତି): ଯାଜପୁର ରୋଡ୍‌ ଥାନା ଦଳା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ପଛରେ ଏକ ୧୦୮ ଆମ୍ବୁଲାନ୍ସ  ପିଟି ହୋଇଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।  ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଚାଳକଙ୍କ ସହିତ ମୃତ ମହିଳାଙ୍କ ୮ ମାସର ଶିଶୁ ପୁତ୍ର ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ଯାଜପୁର ରୋଡ୍‌ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ମୃତ ମହିଳା ଓ ଗୁରୁତର ଶିଶୁଟିର ପରିଚୟ ମିଳିପାରି ନାହିଁ।

ସୂଚନା ଅନୁଯାୟୀ, ଆମ୍ବୁଲାନ୍ସଟି ପାଣିକୋଇଲି ପଟୁ ଯାଜପୁର ରୋଡ୍‌ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ଉକ୍ତ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos