ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗଉଡୁଣୀ ପୋଖରୀ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ସନ୍ତୋଷ କୁମାର ରାଉତ। ତାଙ୍କ ଘର ବାଲେଶ୍ୱରସ୍ଥିତ ସୁନସାହୁପଡ଼ା ଅଞ୍ଚଳରେ।
ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ଏହି ଦୁର୍ଘଟଣା ଘଟିଥିଲା। ସନ୍ତୋଷ ତାଙ୍କ ବାଇକ୍ରେ ଜଣେ ସାଙ୍ଗକୁ ବସାଇ ବାଲେଶ୍ୱର ଯାଉଥିଲେ। ଏହି ସମୟରେ ଗଉଡୁଣୀ ପୋଖରୀ ନିକଟରେ ପଛପଟୁ ଏକ ଗାଡ଼ି ତାଙ୍କ ବାଇକ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ସନ୍ତୋଷଙ୍କ ମୃତ୍ୟୁ ଘଟିଥିଲା। ଆହତ ଯୁବକଙ୍କୁ ଶେରଗଡ଼ ଟୁଲ୍ଗେଟ୍ କର୍ମଚାରୀ ଉଦ୍ଧାର କରି ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ୍କୁ ଜବତ କରିଛି। ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଫେରାର ହୋଇଯାଇଛି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।