ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ୨୬ ନମ୍ୱର ରାଜରାସ୍ତାର ଖମାରମୁଣ୍ଡା ଛକରେ ହଠାତ ଏକ ମାଲବୋଝେଇ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଟ୍ରକରେ ଥିବା ଗହମ, ଡାଲି, ଚଣା ଭଳି ବିଭିନ୍ନ ପ୍ରକାର ଖାଦ୍ୟ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି । ନିଆଁ ଲାଗିବା ସଂର୍ପକରେ ଖବର ପାଇ ବଲାଙ୍ଗିର ଅଗ୍ନିଶମ ବାହିନୀ ଏବଂ ଲୋଇସିଂହା ଅଗ୍ନିଶମ ବାହିନୀର ଦୁଇଟି ୟୁନିଟ ଘଟଣାସ୍ଥଳରେ ପହଚିଂ ନିଆଁକୁ ଆୟତ୍ତ କରିଥିଲେ । ଛତିଶଗଡ ରାୟପୁରରୁ ଟ୍ରକଟି ବଲାଙ୍ଗିରକୁ ଆସୁଥିବା ବେଳେ ଅଗ୍ନିକାଣ୍ଡ ଘଟିଥିଲା । ଟ୍ରକରେ ଥିବା ପ୍ରାୟ ୧୫ ଲକ୍ଷ ଟଙ୍କାର ଖାଦ୍ୟ ସାମଗ୍ରୀ ନଷ୍ଟ ହୋଇଥିବା ଅନୁମାନ କରାଯାଉଛି । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ବଲାଙ୍ଗିର ଅଗ୍ନିଶମ ବିଭାଗ ତଦନ୍ତ ଜାରି ରଖିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।