ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ବାରକିପୁର ନିକଟରେ ଏକ ବାଲି ବୋଝେଇ ଟ୍ରକ୍ ଓ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କଣ୍ଟେନର ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ।
ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ବାଲି ବୋଝେଇ ଟ୍ରକ୍ଟି ସୋର ଅଭିମୁଖେ ଯାଉଥିବା ବେଳେ କଣ୍ଟେନରଟି ଭୁନେଶ୍ୱରରୁ ବାଲେଶ୍ୱର ଯାଉଥିଲା। ଏହି ସମୟରେ ଟ୍ରକ୍ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ କଣ୍ଟେନର ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା।
ଟ୍ରକ୍ରେ ଥିବା ଡ୍ରାଇଭର ଓ ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ କଣ୍ଟେନର ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହି ଯାଇଥିବାରୁ ପ୍ରାୟ ଘଣ୍ଟାଏ ଉଦ୍ୟମ ପରେ ପୁଲିସ୍ ମୃତଦେହକୁ ଉଦ୍ଧାର କରିଥିଲା । ଏଥିସହ ବାଲି ବୋଝେଇ ଟ୍ରକ୍ ଓ କଣ୍ଟେନରକୁ ପୁଲିସ ଜବତ କରି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।
Accident
ଛାଡ଼ଖାଇରେ ମାଛ ବିକିବାକୁ ବାହାରିଥିଲେ, ଚଢ଼ିଗଲା ଟ୍ରକ୍
ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା ।
Crime
ନିଜ କାର୍ଯ୍ୟାଳୟରେ ବସିଥିଲେ ବିଜେପି ନେତା, ଖଣ୍ଡା ଧରି ମାଡ଼ି ଆସିଲେ ଦୁର୍ବୃତ୍ତ
ନିଜ କାର୍ଯ୍ୟାଳୟରେ ଥିବା ବିଜେପି ନେତାଙ୍କ ଉପରେ ହେଲା ମରଣାନ୍ତକ ଆକ୍ରମଣ। ମାତ୍ର ଖଣ୍ଡା ଚୋଟରୁ ଅଳ୍ପକେ ବର୍ତ୍ତିଗଲେ ବିଜେପିର ତୁଙ୍ଗ ନେତା।
Accident
ଚାଲି ଚାଲି ଯାଉଥିଲେ ଯୁବକ, ପିଟିଦେଲା ଅଜଣା ଗାଡ଼ି
ଚାଲି ଚାଲି ଘରକୁ ଫେରୁଥିଲେ ଯୁବକ। ମାତ୍ର କିଛି ସମୟ ପରେ ଘରେ ପହଞ୍ଚି ବି ଯାଇଥାନ୍ତେ। ମାତ୍ର ବିଧିର ବିଧାନ ଥିଲା କିଛି ଅଲଗା।
Accident
ଗୁପ୍ତେଶ୍ୱର ଯିବାବେଳେ ଓଲଟିଲା ଭ୍ୟାନ୍; ମହିଳା ମୃତ, ୧୩ ଆହତ
ଗଜପତି ଜିଲ୍ଲା ମୋହନା ଥାନା କେନ୍ଦୁଘାଟିରେ ଟୁରିଷ୍ଟ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି ।