ବଣାଇ(ରଞ୍ଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅନ୍ତର୍ଗତ କେନ୍ଦୁଡ଼ିହି ନିକଟରେ ଏକ ଡମ୍ପର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ। ତେବେ ଟ୍ରକ୍ଟି ରାଉରକେଲା ଅଞ୍ଚଳର ବୋଲି ଜଣାପଡ଼ିଛି।
ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏନେଇ ଆଜି ସକାଳେ ସ୍ଥାନୀୟ ଲୋକେ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଜେସିବି ଦ୍ଵାରା ଟ୍ରକ୍ ଭିତରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାରେ ଡମ୍ଫରଟି ଦୁଇ ଖଣ୍ଡ ହୋଇ ରାସ୍ତା କଡ଼ରେ ଥିବା ଏକ ଆମ୍ୱ ବଗିଚାରେ ପଶି ଯାଇଥିଲା। ତେବେ ଡମ୍ପର ଡ୍ରାଇଭରଙ୍କ ସମ୍ପର୍କରେ କିଛି ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।