ଦୁଇ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌

ବଣାଇ(ରଞ୍ଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ପୋଇ ଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଦୁଇଟି ବାଇକ୍‌କୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ବଣାଇ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ  ଦୀପକ ସିଂ। ତାଙ୍କ ଘର କୁଟୁଗାଁରେ ବୋଲି ଜଣାପଡିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ […]

accident000

Tapaswini Nayak
  • Published: Wednesday, 11 March 2020
  • , Updated: 11 March 2020, 08:10 AM IST

ବଣାଇ(ରଞ୍ଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ପୋଇ ଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଦୁଇଟି ବାଇକ୍‌କୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ବଣାଇ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ  ଦୀପକ ସିଂ। ତାଙ୍କ ଘର କୁଟୁଗାଁରେ ବୋଲି ଜଣାପଡିଛି।

ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।

Related story