କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଆଜି ଏକ ଦୁର୍ଘଟଣା ଘଟିଛି। କାମାକ୍ଷାନଗର ଶ୍ରୀମା ଅରବିନ୍ଦ ବିଦ୍ୟାଳୟକୁ ଯାଉଥିବା ଏକ ସ୍କୁଲ ଅଟୋକୁ ଏକ ଟ୍ରକ୍ ପିଟିଦେଇଥିବା ଜଣାଯାଇଛି। ସୌଭାଗ୍ୟବଶଃତ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ଅଳ୍ପକେ ବର୍ତ୍ତିଲେ ୧୪ ଛାତ୍ରଛାତ୍ରୀ । ଏହି ଦୁର୍ଘଟଣାରେ ୩ ଛାତ୍ରଛାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି।
କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ବିନା କୌଣସି ସୂଚନାରେ ଟ୍ରକ୍ଟି ପଛକୁ ଫେରୁଥିଲା। ଏହି ସମୟରେ ଦ୍ରୁତ ଗତିରେ ଯାଉଥିବା ଅଟୋର ସମ୍ମୁଖ ଭାଗ ସହ ଟ୍ରକ୍ଟି ପିଟି ହୋଇଥିଲା। ଦୁର୍ଘଟଣାରେ ଅଟୋ ଚାଳକ ଓ ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଘଟଣାସ୍ଥଳରୁ ଅଟୋ ଚାଳକ ଫେରାର ହୋଇଯାଇଥିବା ବେଳେ ଟ୍ରକ୍ ସହ ଡ୍ରାଇଭର ମଧ୍ୟ ଫେରାର ହୋଇଯାଇଛନ୍ତି। ସ୍ଥାନୀୟ ଲୋକେ ତୁରନ୍ତ ପିଲାମାନଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନେ ଘରକୁ ଫେରିଯାଇଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।