ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ବ୍ରାହ୍ମଣୀ ବ୍ରିଜରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ୟାଙ୍କର ଧକ୍କାରେ ଆଖି ବୁଜିଛନ୍ତି ୨ ବାଇକ୍ ଆରୋହୀ। ମୃତକଙ୍କ ମଧ୍ୟରେ ଜଣେ ଯୁବକ ଓ ଜଣେ ଯୁବତୀ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଉଭୟ ଯୁବକଯୁବତୀ ବାଇକ୍ରେ ଯାଉଥିବା ବେଳେ ରାଉରକେଲା ପଟୁ ଯାଉଥିବା ଏକ ଟ୍ୟାଙ୍କର ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ହୋଇଥିଲା ।
ବ୍ରିଜ ଉପରେ ଦୁର୍ଘଟଣା ହୋଇଥିବାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ବ୍ରିଜ ପରେ ଗାଡ଼ି ଚଳାଚଳ ବ୍ୟାହତ ହୋଇଥିଲା। ଜାମ ହୋଇ ଉଭୟ ପକ୍ଷରେ ବହୁ ଗାଡି ମଟର ଅଟକି ରହିଛି । ରଘୁନାଥ ପାଲି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସ୍ୱାଭାବିକ କରିବାକୁ ଉଦ୍ୟମ କରୁଛି । ମୃତକଦ୍ୱୟ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଥିବା ବେଳେ ସେମାନଙ୍କ ପରିଚୟ ଜଣାପଡ଼ିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।