କଳାହାଣ୍ଡି(ରାଜକୁମାର ସିଂଦେଓ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ବୋରିଆ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ କାର୍ର ଛାତ ଉଡ଼ି ଯାଇଥିବା ବେଳେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାବାଦ ୫ ଜଣ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଭବାନିପାଟଣା ଲୁହୁରାକାନୀ ଅଞ୍ଚଳରୁ ଏକ କାର୍ ଯୋଗେ ୬ ଜଣ କେସିଙ୍ଗା ଅଞ୍ଚଳକୁ ଯାଉଥିଲେ। ମାତ୍ର ବୋରିଆ ନିକଟରେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ କାର୍ଟିକୁ ଧକ୍କା ଦେଇଥିଲା। ଫଳରେ କାର୍ରେ ଥିବା ଡ୍ରାଇଭରଙ୍କ ସମେତ ୬ ଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟ ହୋଇଥିଲା। ବେଳେ । ମୃତ ବ୍ୟକ୍ତିଜଣକ ବଳରାମ ସୁନାନୀ ବୋଲି ପ୍ରାଥମିକ ସୁଚନାରୁ ଜଣାପଡିଛି । ଅନ୍ୟ ୫ ଜଣ ଗୁରୁତର ଆହାତ ହୋଇ ଭବାନିପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। କେସିଙ୍ଗା ପୁଲିସ ଉଭୟ ଗାଡିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।