ଭଦ୍ରକ(ପାର୍ଥ ସାରଥୀ ନାୟକ): ଆଜି ଏକ ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଗଲେ ଭଦ୍ରକ ଏସ୍ପି ଚରଣ ସିଂ ମୀନା । ଏସ୍ପିଙ୍କ କାର୍କୁ ଭଣ୍ଡାରିପୋଖରୀ ଛକ ନିକଟରେ ଏକ କାର୍ ଧକ୍କା ଦେଇଥିବା ଜଣାଯାଇଛି। ଟ୍ରକକୁ ଜବତ ସହ ଡ୍ରାଇଭରଙ୍କୁ ଅଟକ ରଖିଛି ଭଣ୍ଡାରିପୋଖରୀ ପୁଲିସ୍।.
ସୂଚନାଯୋଗ୍ୟ, ଆଜି ସକାଳେ ଭଦ୍ରକ ଏସ୍ପି ଚରଣ ସିଂ ମୀନା ଭଣ୍ଡାରିପୋଖରୀ ଚେକ୍ ପୋଷ୍ଟ ନିକଟକୁ ଯାଇଥିଲେ। ସେଠାରୁ ସେ ଭଦ୍ରକ ଫେରୁଥିଲେ। ଏହି ସମୟରେ ପଛ ପଟୁ ଆସୁଥିବା ଏକ ଟ୍ରକ୍ ଏସ୍ପିଙ୍କ ଗାଡ଼ିକୁ ଡାହାଣ ପଟୁ ଧକ୍କା ଦେଇଥିଲା। ଏହାପରେ ଟ୍ରକଟି ଦ୍ରୁତ ଗତିରେ ପଳାଇ ଯାଉଥିବା ବେଳେ ହନୁମାନ ଛକ ନିକଟରୁ ଭଣ୍ଡାରିପୋଖରୀ ପୁଲିସ୍ ଗାଡ଼ିକୁ ଜବତ କରିଥିଲା। ଏହାପରେ ଡ୍ରାଇଭରଙ୍କୁ ଅଟକ ରଖି ପୁଲିସ୍ ପଚରାଉଚରା କରୁଛି।
ଏହି ଦୁର୍ଘଟଣାରେ ଭଦ୍ରକ ଏସ୍ପି ଓ ତାଙ୍କ ଡ୍ରାଇଭର ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ବେଳେ ଗାଡ଼ିଟି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ଜଣାଯାଇଛି।
ଅଧିକ ପଢ଼ନ୍ତୁ : ପାକିସ୍ତାନ ଜେଲ୍ରୁ ଫେରି ନିଖୋଜ ଥିବା ବିରଜୁଙ୍କ ପତ୍ତା ମିଳିଲା
https://youtu.be/tosmq5_20TE
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କାଲି ଓଡ଼ିଶା ଆସୁଛନ୍ତି ମୋଦି, ରାଜଧାନୀରେ ଚେକିଂ କଡ଼ାକଡ଼ି
ଆସନ୍ତାକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ ।
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।