ରାୟଗଡା: ରାୟଗଡ଼ା ଜିଲ୍ଲା ଥେରୁବାଲି ଡିପି କ୍ୟାମ୍ପ ଛକରେ ଏକ ଟ୍ରକ ମାଡ଼ିଯାଇ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି । ମୃତା ଛାତ୍ରୀ ଜଣକ ଥେରୁବାଲି ଚିନ୍ମୟ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ । ଶୁକ୍ରବାର ଅପରାହ୍ନରେ ସ୍କୁଲରୁ ସାଇକେଲରେ ଘରକୁ ଫେରୁଥିବାବେଳେ ଡିପି କ୍ୟାମ୍ପ ଛକରେ ଏକ ଟ୍ରକ ସହ ଧକ୍କା ହୋଇଥିଲା । ଛାତ୍ରୀଙ୍କ ଉପରେ ଟ୍ରକ ପଛ ମାଡିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଉତ୍ତ୍ୟକ୍ତ ଲୋକେ ମୃତ ଛାତ୍ରୀଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବା ଦାବିରେ ରାୟଗଡ଼ା-ମୁନିଗୁଡ଼ା ରାସ୍ତାକୁ ଟାୟାର ଜାଳି ଅବରୋଧ କରିଥିଲେ । ଚାନ୍ଦିଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟାଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଶ୍ରୀ ମହାପ୍ରଭୁଙ୍କ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।