ଯାଜପୁର(ଓଡ଼ିଶା ରିପୋର୍ଟର): କୋଇଲା ନେଇ ଯାଉଥିଲା ଏକ ଟ୍ରକ। ହଠାତ୍ ଏହି ଟ୍ରକ୍ରେ ଲାଗିଗଲା ନିଆଁ। ଆଉ ଦେଖୁ ଦେଖୁ ଟ୍ରକଟି ସଂପୂର୍ଣ୍ଣ ଭାବେ ଜଳିଗଲା। ତେବେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଟ୍ରକ୍ର ଡ୍ରାଇଭର ଓ ହେଲପର।
ଗତ ରାତିରେ ଯାଜପୁର ଜିଲ୍ଲା ଚଣ୍ଡୀଖୋଲରୁ ଡୁବରୀକୁ ଲମ୍ବିଥିବା ୫୩ ନମ୍ବର ଜାତୀୟ ରାଜପଥର ମହିଶରା ପାଖରେ ଏହି ଘଟଣା ଘଟିଛି। ଟ୍ରକଟି ଜଳି ଯାଉଥିଲା ଦେଖି ଅଞ୍ଚଳରେ ଭୟର ବାତାବରଣ ପ୍ରକାଶ ପାଇଥିଲା। ଏହି ଟ୍ରକ୍ କଳିଙ୍ଗନଗର ଯାଉଥିଲା।
ଟ୍ରକରେ ଆପେ ନିଆଁ ଲାଗି ଯାଇଥିଲା। ତେବେ ଏହାର କାରଣ ଜଣାପଡ଼ିନି। ଗାଡ଼ିରେ କୋଇଲା ଥିବାରୁ ନିଆଁ ପୂରା ଟ୍ରକକୁ ଜାଳି ଦେଇଥିଲା। ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପରେ ପୁଲିସ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।