ଉଦଳା (ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଉଦଳା-ନୁଦଡ଼ିହା ରାସ୍ତାର ଉର୍ମଳ ଛକ ନିକଟରେ ଏକ ଡମ୍ପରକୁ ଏକ ଟ୍ରକ୍ ପଛ ପଟୁ ଧକ୍କା ଦେବା ପରେ ସେଥିରୁ ୩୦୦ ପେଟି ବିଦେଶୀ ମଦ ଜବତ କରାଯାଇଛି। ପୁଲିସ୍ ଟ୍ରକ୍ ଓ ମଦ ଜବତ କରି ଘଟଣାର ତଦନ୍ତ କରୁଛି।
ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର ଭାବେ ଆହତ ହୋଇଛନ୍ତି। ବଡ଼ କଷ୍ଟରେ ତାଙ୍କୁ ଟ୍ରକ୍ ଭିତରୁ ବାହାର କରାଯାଇଥିଲା। ସେ ଚାପି ହୋଇ ରହି ଯାଇଥିଲେ। ତାଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ୱିତ ରାତିରେ ଟ୍ରକ୍ଟି ବାଲେଶ୍ୱର ଜିଲ୍ଲା ସେରଗଡ଼ରୁ ମଦ ବୋଝେଇ କରି ଯଶିପୁର ଯାଉଥିବା ବେଳେ ଭୁଲ୍ ରାସ୍ତାରେ ପଶି ଯାଇଥିଲା। ଭୁଲ୍ ରାସ୍ତାରୁ ଫେରୁଥିବା ବେଳେ ଉର୍ମଳ ଛକ ନିକଟରେ ସାମ୍ନାପଟୁ ଆସୁଥିବା ଏକ ଡମ୍ଫରକୁ ଏହା ପଛ ପଟୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଟ୍ରକ୍ ଭିତରୁ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ଖବର ପାଇ ଉଦଳା ପୁଲିସ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲା। ଯାଞ୍ଚ ବେଳେ ଟ୍ରକ୍ରେ ବିପୁଳ ପରିମାଣରେ ମଦ ଥିବା ପୁଲିସ୍ ଦେଖିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।