ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଜଣେ ବାଇକ୍ ଆରୋହୀଙ୍କ ଉପରେ ଏକ ଟ୍ରକ୍ ଚଢ଼ି ଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାଁ ରମାକାନ୍ତ ଦାସ। ତାଙ୍କ ଘର ବାଲେଶ୍ୱର ଜିଲ୍ଲାର ଖଇରାରେ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକମାନେ ଜାତୀୟ ରାଜପଥ ଅବରୋଧ […]

accident000

Tapaswini Nayak
  • Published: Tuesday, 10 December 2019
  • , Updated: 10 December 2019, 02:51 PM IST

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଜଣେ ବାଇକ୍ ଆରୋହୀଙ୍କ ଉପରେ ଏକ ଟ୍ରକ୍ ଚଢ଼ି ଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାଁ ରମାକାନ୍ତ ଦାସ। ତାଙ୍କ ଘର ବାଲେଶ୍ୱର ଜିଲ୍ଲାର ଖଇରାରେ ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକମାନେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ପୁଲିସ୍ ଟ୍ରକ୍‌କୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି। ତେବେ ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛି।

Related story