ଟ୍ରକ୍‌ ସହ ଧକ୍କା ହୋଇ ଜଳିଗଲା ଟ୍ୟାଙ୍କର

ରାୟଗଡ଼ା(ମନୋଜ ପାତ୍ର): ଦୁର୍ଘଟଣା ପରେ ଜଳିଗଲା ଟ୍ୟାଙ୍କର । ରାୟଗଡ଼ା ମଝିଘରିଆଣି ମନ୍ଦିର ବ୍ରିଜ୍ ନିକଟରେ ଟ୍ରକ ଓ ଏସିଡ ବୋଝେଇ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହେବାପରେ ଟ୍ୟାଙ୍କରରେ ନିଆଁ ଲାଗିଯାଇଥିଲା । ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୁମ୍ବାଇରୁ ଜେକେପୁର କାଗଜକଳକୁ ହାଇଡ୍ରୋଜେନ ପାରାକ୍ସାଇଡ୍ ଏସିଡ୍ ନେଇ ଆସୁଥିବା ଟ୍ୟାଙ୍କର ମଝିଘରିଆଣି ମନ୍ଦିର ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲା । ଅପରପଟୁ ଆସୁଥିବା ଏକ ଲୁହାପଥର ବୋଝେଇ ଟ୍ରକ ସହ ଟ୍ୟାଙ୍କରଟିର ମୁହାଁମୁହିଁ […]

truck-1-1

Niharika Rout
  • Published: Thursday, 09 January 2020
  • , Updated: 09 January 2020, 07:46 AM IST

ରାୟଗଡ଼ା(ମନୋଜ ପାତ୍ର): ଦୁର୍ଘଟଣା ପରେ ଜଳିଗଲା ଟ୍ୟାଙ୍କର । ରାୟଗଡ଼ା ମଝିଘରିଆଣି ମନ୍ଦିର ବ୍ରିଜ୍ ନିକଟରେ ଟ୍ରକ ଓ ଏସିଡ ବୋଝେଇ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହେବାପରେ ଟ୍ୟାଙ୍କରରେ ନିଆଁ ଲାଗିଯାଇଥିଲା । ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

ମୁମ୍ବାଇରୁ ଜେକେପୁର କାଗଜକଳକୁ ହାଇଡ୍ରୋଜେନ ପାରାକ୍ସାଇଡ୍ ଏସିଡ୍ ନେଇ ଆସୁଥିବା ଟ୍ୟାଙ୍କର ମଝିଘରିଆଣି ମନ୍ଦିର ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲା । ଅପରପଟୁ ଆସୁଥିବା ଏକ ଲୁହାପଥର ବୋଝେଇ ଟ୍ରକ ସହ ଟ୍ୟାଙ୍କରଟିର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ଟ୍ୟାଙ୍କରଟି ଜଳି ଯାଇଥିଲା । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଏହି ଦୁର୍ଘଟଣାରେ ଟ୍ୟାଙ୍କର ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି  ।

Related story