ନରସିଂହପୁର (ସର୍ବେଶ୍ୱର ସ୍ୱାଇଁ): ବନ ବିଭାଗର ସବୁ ପ୍ରଚେଷ୍ଟା ବିଫଳ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ହାତୀର ମୃତ୍ୟୁ ଘଟିଛି। ଏନେଇ ସୂଚନା ଦେଇଛନ୍ତି ଆଠଗଡ଼ ଡିଏଫ୍ଓ।
ଆଜକୁ ୬ ଦିନ ତଳେ ନରସିଂହପୁର ପଶ୍ଚିମ ରେଞ୍ଜ ନୂଆଗଡ଼ ଜଙ୍ଗଲରେ ଗୁଳି ବିଦ୍ଧ ହାତୀଟି ଘୁରି ବୁଲୁଥିଲା। ମଝିରେ ମଝିରେ ଚିତ୍କାର କରୁଥିଲା। ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ଲୋକେ ଏହା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ହାତୀକୁ ଟ୍ରାକ୍ କରିବା ପାଇଁ ଉଦ୍ୟମ ଆରମ୍ଭ କରିଥିଲା। ମାତ୍ର ସମ୍ଭବପର ହୋଇଥିଲା। ତେବେ ଗୁରୁବାର ହାତୀଟି ବାରସିଙ୍ଗା ଜଙ୍ଗଲରେ ଥିବା ଜାଣିବାକୁ ପାଇଥିଲା। ପରେ ହାତୀକୁ ଟ୍ରାଙ୍କୁଲାଇଜ୍ କରିଥିଲା।
ହାତୀର ବାମ କାନ, ଶୁଣ୍ଢ, ଗୋଡ଼ ଏବଂ ଶରୀରର ଅନ୍ୟ ଦୁଇଟି ସ୍ଥାନରେ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଥିଲା। ଏହା ପରେ ହାତୀକୁ କରାଯାଇଥିଲା। ଆଜି ସକାଳେ ହାତୀ କଦଳୀ ଓ ସେଓ ଖାଇଥିଲା। ପରେ କିନ୍ତୁ କୌଣସି ଖାଦ୍ୟ ଗ୍ରହଣ କରିନଥିଲା। ଚିକିତ୍ସା କରୁଥିବା ନରସିଂହପୁର ପ୍ରାଣୀ ଚିକିତ୍ସକ ହାତୀକୁ ସାଲାଇନ୍ ଦେଇଥିଲେ। ଶେଷରେ ଆଖି ବୁଜିଥିଲା ଦନ୍ତାହାତୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।