ରେଢ଼ାଖୋଲ(ଓଡ଼ିଶା ରିପୋର୍ଟର): ରେଢ଼ାଖୋଲରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଆଜି ଅପରାହ୍ନରେ ବର୍ଷା ସାଂଗକୁ ବଜ୍ରାଘାତ ହେବାରୁ ଗାଇ ଗୋଠରେ ଥିବା ୨୫ଟି ଗାଈଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ କିଛି ଗାଈ ଗୁରୁତର ଓ ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ପାଣିମୁରା ପଞ୍ଚାୟତ ଜରେସିଙ୍ଘା ଗାଁରେ ଗାଈ ସବୁ ଏକ ଗଛମୂଳରେ ଗୋଠରେ ଥିବା ବେଳେ ହଠାତ୍ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା। ଏଥିରେ ୨୪ଟି ଗାଈଙ୍କ ମୃତ୍ୟୁ ଘଟିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ଖେଳି ଯାଇଛି। ଏଥିରେ ଗୋପାଳନ କରୁଥିବା ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଆଗାମୀ ୨୪ ଘଣ୍ଟା ଯାଏ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ତେବେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତି ଜିଲ୍ଲାର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ରାଜଧାନୀରେ ମଧ୍ୟ ପ୍ରବଳ ବର୍ଷା ହୋଇଛି । ବର୍ଷା କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।