ଭବାନୀପାଟଣା (ରାଜ କୁମାର ସିଂହଦେଓ): କଳାହାଣ୍ଡି ଜିଲ୍ଲା ଗୋଳାମୁଣ୍ଡା ବ୍ଲକ ଅନ୍ତର୍ଗତ ମହାଳିଙ୍ଗରେ ପୋଖରୀରେ ବୁଡ଼ି ଦୁଇ ଯାଁଳା ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମହାଳିଙ୍ଗ ଗାଁର ରୋହିତ ସାହୁଙ୍କ ଦୁଇ ପୁଅ ପୀୟୁଷ ଓ ଆୟୁଷ। ଉଭୟଙ୍କୁ ୬ ବର୍ଷ ହୋଇଥିଲା।
ଆଜି ଦୁହେଁ ଗାଁରେ ଏକ ପୋଖରୀ ନିକଟରେ ଖେଳୁଥିଲେ। ତେବେ କୌଣସି କାରଣରୁ ସେମାନେ ପୋଖରୀରେ ବୁଡ଼ି ଯାଇଥିଲେ। ଜଣେ ବ୍ୟକ୍ତି ସେମାନଙ୍କୁ ପୋଖରୀରୁ ଉଦ୍ଧାର କରିଥିଲେ।
ଗୁରୁତର ପୀୟୁଷ ଓ ଆୟୁଷଙ୍କ ପ୍ରଥମେ ବୋରଡ଼ା ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଡାକ୍ତର ଜିଲ୍ଲା ମୁଖ୍ୟ ଚିକତ୍ସାଳୟକୁ ପଠାଇ ଦେଇଥିଲେ। ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦୁଇ ଭାଇଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଦୁଇ ଦୁଇଟି ସନ୍ତାନକୁ ଏକାସାଙ୍ଗରେ ହରାଇ ବାପାମା’ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ବି ଲୋକେ ଦୁଃଖ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିକା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିକା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Guest Column
ଫେରନ୍ତା ପ୍ରବାସୀଙ୍କୁ ଖୋଲାପତ୍ର
ଏ ରାଜ୍ୟ ଗୋଟିଏ ଚାଷୀ ପ୍ରଧାନ ରାଜ୍ୟ। କିନ୍ତୁ ଏହାର କୃଷକ ପରିବାରର ଆୟ ଏ ପର୍ଯ୍ୟନ୍ତ ମାସିକ ୧୦ ହଜାର ଟଙ୍କା ଛୁଇଁନାହିଁ। ସେହିପରି ଆଦିବାସୀ ପରିବାରର ମାସିକ ଆୟ ୩ ହଜାର ଟଙ୍କା ମଧ୍ୟ ଛୁଇଁନାହିଁ। ଆପଣମାନେ ବିଭିନ୍ନ ଭାବରେ ଅତିଥି ହୋଇ ଆସିଥିଲେ। ଏଣୁ ଏଠାକାର ଆତିଥ୍ୟ ସଂପର୍କରେ ଆପଣଙ୍କୁ ବେଶି କିଛି ଜଣାନଥିବ।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।