ଦୁଇ ଦୁର୍ଘଟଣାରେ ୫ ମୃତ, ୮ ଗୁରୁତର

ନୂଆପଡ଼ା/ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ଆଜି ଘଟିଥିବା ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଏହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

ନୂଆପଡ଼ା ଜିଲ୍ଲା କୁରୁମପୁରି ଗାଁ ‘ମଣିବାବା’ ନାମକ ଏକ ଘରୋଇ ବସ୍‌କୁ ବୋଲେରୋ ଧକ୍କା ଦେଇଥିଲା। ଫଳରେ ବୋଲେରୋ ଚାଳକ ଦିନେଶ ରାଉତ ଓ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଥିଲେ। ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି।

ସେହିପରି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନାଭାଲ ଛକରେ ଟ୍ରେଲର ଧକ୍କାର ବାଇକ୍‌ରେ ବସିଥିବା ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି। ଗାଡ଼ି ଚଳାଉଥିବା ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’