ଜୟପୁର (ଟି.ଗୌରୀଶଙ୍କର): କୋରାପୁଟ ଜିଲ୍ଲା ଜୟପୁରରେ ଦୁଇ ନାବାଳକଙ୍କ ସାହସକୁ ଏବେ ସବୁଆଡ଼େ ବେଶ୍ ପ୍ରଶଂସା କରାଯାଉଛି। ଜୟପୁର ଟାଉନ ଥାନା ଅନ୍ତର୍ଗତ ଡଙ୍ଗାଗୁଡ଼ା କେନାଲ୍ରେ ଭାସି ଯାଉଥିବା ଜଣେ ବ୍ୟକ୍ତିଙ୍କୁ ଏହି ଦୁଇ ନାବାଳକ ଉଦ୍ଧାର କରିଛନ୍ତି। ଏହି ଦୁଇ ନାବାଳକ ହେଲେ କିଶାନ ମାଝୀ ଓ ସଂଜୟ ପୂଜାରୀ। ଉଭୟଙ୍କ ବୟସ ୧୨ରୁ ୧୩ ବର୍ଷ ମଧ୍ୟରେ ହେବ ବୋଲି ଜଣାପଡ଼ିଛି। ଆଉ ସେମାନେ ଉଦ୍ଧାର କରିଥିବା ବ୍ୟକ୍ତି ଜଣଙ୍କ ହେଲେ ସ୍ଥାନୀୟ ଅଞ୍ଚଳର ନାଁ ଲକ୍ଷ୍ମଣ ସାହୁ।
ଆଜି ସକାଳେ ଲକ୍ଷ୍ମଣ ମର୍ଣ୍ଣିଂଓ୍ୱାକ୍ ସାରି କେନାଲକୁ ଗୋଡ଼ ଧୋଇବାକୁ ଯାଇଥିଲେ। ହେଲେ ତାଙ୍କ ଗୋଡ଼ ଖସିଯିବାରୁ ସେ ପାଣି ଭିତରେ ବୁଡ଼ି ଯାଇଥିଲେ। ଏହି ସମୟରେ ଦୁଇ ନାବାଳକ ତାଙ୍କୁ ଦେଖିପାରିଥିଲେ। ସେମାନେ ପାଣିକୁ ଡେଇଁ ଲକ୍ଷ୍ମଣଙ୍କୁ ଉଦ୍ଧାର କରିଥିଲେ ଓ କୂଳକୁ ଆଣିଥିଲେ। କିଶାନ ଓ ସଂଜୟଙ୍କ ଏହି କାର୍ଯ୍ୟକୁ ସମସ୍ତେ ପ୍ରଶଂସା କରୁଛନ୍ତି। ଜୟପୁର ପୁଲିସ୍ ସେମାନଙ୍କୁ ସମ୍ମାନିତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାଟରୁ ମିଳିଥିଲା ଅଧା ପୋଡ଼ା ମୃତଦେହ; ଟଙ୍କା ନ ଦେବାରୁ ଜାଳିଦେଇଥିଲେ ଦୁଇ ଦୋକାନୀ
ଗତ ୧୬ତାରିଖରେ କନ୍ଦା ମହାନ୍ତ କେନ୍ଦୁଜୁଆଣି ହାଟକୁ ଆସିଥିଲେ। ସେଠାରେ ସେ ଉଭୟ ଦୋକାନୀଙ୍କ ନିକଟରୁ ପତ୍ରପୋଡା ମାଂସ ସହିତ ଚଣା ଆଣି ଖାଇଥିଲେ। ମାତ୍ର ସେମାନଙ୍କୁ ସେ ଟଙ୍କା ଦେଇ ନ ଥିଲେ।
Politics
ପିଏସୟୁକୁ କେମିତି ମିଳୁଛି କାମ?
ଭୁବନେଶ୍ୱରରେ ଏକ ତାରକା ହୋଟେଲ ସାମନାରେ ଲାଞ୍ଚ ପାଇଁ ନିଆଯାଉଥିବା ୧୦ ଲକ୍ଷ ଟଙ୍କା ଧରା ପଡ଼ିବା ପରେ ଏବେ ସିବିଆଇ ରାଡରରେ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀ।
Crime
ପୁଲିସ ବାବୁଙ୍କ ଦବଙ୍ଗଗିରି; ଅଭିଯୁକ୍ତକୁ ନିର୍ଧୂମ ପିଟିଲେ, ପିଠି ଉପରେ ଚଢ଼ିଗଲେ
ଘଟଣା ଘଟିଛି କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ।
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।