ମାଛ ମାରିବାକୁ ଯାଇଥିଲେ, ଆଉ ଫେରିଲେନି 

କେନ୍ଦୁଝର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ବଣିଆହୁଡ଼ି ଗାଁରେ ଦୁଇଜଣ ଯୁବକ ଗତକାଲି କେନାଲ୍‌କୁ ମାଛ ମାରିବାକୁ ଯାଇ ନିଖୋଜ ହୋଇଯାଇଥିଲେ। ଆଜି ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ହେଲେ ସଞ୍ଜୟ ଜେନା ଓ ସରୋଜ ଜେନା। ସେମାନେ ଦୁଇ ଭାଇ ବୋଲି ଜଣାପଡ଼ିଛି। ଗତକାଲି ସଞ୍ଜୟ ଓ ସରୋଜ ବୈତରଣୀ ନଦୀର ନିର୍ମାଣାଧୀନ କେନାଲ୍‌କୁ ମାଛ ମାରିବାକୁ ଯାଇ ନିଖୋଜ ହୋଇ ଯାଇଥିଲେ। ବହୁତ ଖୋଜାଖୋଜି କରାଯାଇଥିଲେ ମଧ୍ୟ ସେମାନଙ୍କର କୌଣସି ସନ୍ଧାନ […]

rtt,,,,

rtt,,,,

Tapaswini Nayak
  • Published: Monday, 24 September 2018
  • Updated: 24 September 2018, 06:42 AM IST

Sports

Latest News

କେନ୍ଦୁଝର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ବଣିଆହୁଡ଼ି ଗାଁରେ ଦୁଇଜଣ ଯୁବକ ଗତକାଲି କେନାଲ୍‌କୁ ମାଛ ମାରିବାକୁ ଯାଇ ନିଖୋଜ ହୋଇଯାଇଥିଲେ। ଆଜି ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ହେଲେ ସଞ୍ଜୟ ଜେନା ଓ ସରୋଜ ଜେନା। ସେମାନେ ଦୁଇ ଭାଇ ବୋଲି ଜଣାପଡ଼ିଛି।

ଗତକାଲି ସଞ୍ଜୟ ଓ ସରୋଜ ବୈତରଣୀ ନଦୀର ନିର୍ମାଣାଧୀନ କେନାଲ୍‌କୁ ମାଛ ମାରିବାକୁ ଯାଇ ନିଖୋଜ ହୋଇ ଯାଇଥିଲେ। ବହୁତ ଖୋଜାଖୋଜି କରାଯାଇଥିଲେ ମଧ୍ୟ ସେମାନଙ୍କର କୌଣସି ସନ୍ଧାନ ମିଳି ନ ଥିଲା। ତେବେ ଆଜି ସକାଳେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।

କେନାଲ ନିର୍ମାଣକାରୀ କମ୍ପାନୀର ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗକରି ସ୍ଥାନୀୟ ଲୋକମାନେ ରାସ୍ତାରୋକ କରିଥିଲେ। କ୍ଷତିପୂରଣର ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକ ପ୍ରତ୍ୟାହାର ହୋଇଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos