ଢେଙ୍କାନାଳ:(ଓଡ଼ିଶା ରିପୋର୍ଟର): ଢେଙ୍କାନାଳର ବାଜିଚୌକ ଫ୍ଲାଇଓଭର ନିକଟରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଦୁର୍ଘଟଣାରେ ଚାଲିଯାଇଛି ୨ ନୀରିହ ଶିଶୁଙ୍କ ଜୀବନ। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ମେଡିକାଲରେ ଭତ୍ତି କରାଯାଇଛି। ମୃତ ୨ ନାବାଳିକାଙ୍କ ବୟସ ୫ ଓ ୭ ବର୍ଷ ଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ମୃତ ନାବାଳିକାଙ୍କ ଘରଲୋକେ ମହୁ ବିକ୍ରି କରି ପରିବାର ଚଳାନ୍ତି। ହେଲେ ଘର ଲୋକେ ବାହାରକୁ ଯାଇଥିବା ବେଳେ ପିଲାମାନେ ଖେଳୁଥିଲେ। ଫ୍ଲାଇଓଭର ନିକଟରେ ପିଲାମାନେ ଖେଳୁଥିବା ବେଳେ ରଙ୍ଗରୁଟ୍ରେ ଆସୁଥିବା ଏକ ଭ୍ୟାନ୍ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।