Advertisment

ଢେଙ୍କାନାଳରେ ଦୁଇ କରୋନା ଯୋଦ୍ଧାଙ୍କୁ ଆକ୍ରମଣ

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲାରେ ଦୁଇ ଜଣ କରୋନା ଯୋଦ୍ଧାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ସେମାନେ ହେଲେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ସୁରକ୍ଷାକର୍ମୀ ଓ ହିନ୍ଦୋଳ ବ୍ଲକ ଗିରିଧରପ୍ରସାଦ ପଞ୍ଚାୟତର ସରପଞ୍ଚ ଶ୍ରୀକାନ୍ତ ବେହେରା। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ସୁରକ୍ଷା କର୍ମୀଙ୍କୁ ଆକ୍ରମଣ କରାଯାଇଥିଲା। ସ୍ଥାନୀୟ ଯୁବକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଟାଉନଥାନା ପୁଲିସ୍ ଘଟଣାର […]

 ଏଣିକି କୋର୍ଟରେ ହାଜର ପୂର୍ବରୁ ଅଭିଯୁକ୍ତଙ୍କର ହେବ କୋଭିଡ୍ ପରୀକ୍ଷା

jail

Advertisment

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲାରେ ଦୁଇ ଜଣ କରୋନା ଯୋଦ୍ଧାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ସେମାନେ ହେଲେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ସୁରକ୍ଷାକର୍ମୀ ଓ ହିନ୍ଦୋଳ ବ୍ଲକ ଗିରିଧରପ୍ରସାଦ ପଞ୍ଚାୟତର ସରପଞ୍ଚ ଶ୍ରୀକାନ୍ତ ବେହେରା।

Advertisment

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ସୁରକ୍ଷା କର୍ମୀଙ୍କୁ ଆକ୍ରମଣ କରାଯାଇଥିଲା। ସ୍ଥାନୀୟ ଯୁବକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଟାଉନଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି।

ସେହିପରି ଗତକାଲି ରାତିରେ ହିନ୍ଦୋଳ ବ୍ଲକ୍‌ ଗିରିଧରପ୍ରସାଦ ପଞ୍ଚାୟତର ସରପଞ୍ଚ ଶ୍ରୀକାନ୍ତ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କୁ ରଖିବାକୁ କେନ୍ଦ୍ର କରି କିଛି ଯୁବକ ତାଙ୍କୁ ଆକ୍ରମଣ କରିଥିଲେ। ଏନେଇ ସରପଞ୍ଚ ରାସୋଳ ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ପୁଲିସ୍ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe