ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି। ଆଉ ଏହି ୧୮ ଜଣଙ୍କ ମଧ୍ୟରୁ ୨ ଜଣ ଭୁବନେଶ୍ୱରର ପଟିଆ ଅଞ୍ଚଳର। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଏହି ଦୁଇ ଆକ୍ରାନ୍ତଙ୍କ ଗୋଟିଏ ପରିବାରର। ସେମାନଙ୍କ ମଧ୍ୟରୁ ଜଣେ ୪୦ ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ ୮ ବର୍ଷର ଝିଅ। ଦୁହେଁ ଦିଲ୍ଲୀରୁ ଫେରିଥିଲେ ଓ ହୋମ୍ କ୍ୱାରେଣ୍ଟାଇନ୍ରେ ଥିଲେ।
Update on newly detected #COVIDー19 cases in the last 24 hrs under Bhubaneswar Municipal Corporation on 7th Jun 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/zHFCjxEqKT— BMC (@bmcbbsr) June 7, 2020
ଏହା ସହିତ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୪ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୩ ଜଣଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲାରେ ଏଯାବତ ୨୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୪ ଜଣ ସୁସ୍ଥ ହୋଇସାରିଛନ୍ତି। ୧୪୫ ଜଣ ଚିକିତ୍ସାଧୀନ ଥିବା ବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କର ବି ମୃତ୍ୟୁ ଘଟିଛି। ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ହୋଇ ନଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।