ଭୁବନେଶ୍ୱରର ପଟିଆ ଅଞ୍ଚଳରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି। ଆଉ ଏହି ୧୮ ଜଣଙ୍କ ମଧ୍ୟରୁ ୨ ଜଣ ଭୁବନେଶ୍ୱରର ପଟିଆ ଅଞ୍ଚଳର। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଦୁଇ ଆକ୍ରାନ୍ତଙ୍କ ଗୋଟିଏ ପରିବାରର। ସେମାନଙ୍କ ମଧ୍ୟରୁ ଜଣେ ୪୦ ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ ୮ ବର୍ଷର ଝିଅ। ଦୁହେଁ […]

corona1

Jitendra Garnayak
  • Published: Sunday, 07 June 2020
  • , Updated: 07 June 2020, 12:57 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି। ଆଉ ଏହି ୧୮ ଜଣଙ୍କ ମଧ୍ୟରୁ ୨ ଜଣ ଭୁବନେଶ୍ୱରର ପଟିଆ ଅଞ୍ଚଳର। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ଦୁଇ ଆକ୍ରାନ୍ତଙ୍କ ଗୋଟିଏ ପରିବାରର। ସେମାନଙ୍କ ମଧ୍ୟରୁ ଜଣେ ୪୦ ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ ୮ ବର୍ଷର ଝିଅ। ଦୁହେଁ ଦିଲ୍ଲୀରୁ ଫେରିଥିଲେ ଓ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ।


ଏହା ସହିତ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୪ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୩ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲାରେ ଏଯାବତ ୨୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୪ ଜଣ ସୁସ୍ଥ ହୋଇସାରିଛନ୍ତି। ୧୪୫ ଜଣ ଚିକିତ୍ସାଧୀନ ଥିବା ବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କର ବି ମୃତ୍ୟୁ ଘଟିଛି। ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ହୋଇ ନଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କହିଛି।

Related story