ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆସନ୍ତା ୧୯ ଓ ୨୦ ତାରିଖ ଦୁଇଦିନ ଧରି ରାଜ୍ୟରେ ଥିବା ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍ ପ୍ରତିଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି । ଇଦ୍ ମିଲାଦ୍ ଓ ଗଜଲକ୍ଷ୍ମୀ ପୂଜା ପାଇଁ ଏହି ଛୁଟି ଘୋଷଣା ହୋଇଛି । ଏହି ଦୁଇ ଦିନ ରାଜ୍ୟରେ ସରକାରୀ ଛୁଟି ଘୋଷଣା ହୋଇ ଥିବାବେଳେ ବ୍ୟାଙ୍କ୍ ଓ ବ୍ୟାଙ୍କିଙ୍ଗ୍ କାରବାର କରୁଥିବା ପ୍ରତିଷ୍ଠାନଗୁଡ଼ିକ ବନ୍ଦ ରହିବ ବୋଲି ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । କେନ୍ଦ୍ରୀୟ ଆଇନ ୧୮୮୧ର ଧାରା ୨୫ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି । ୧୯ ତାରିଖ ଇଦ୍-ମିଲାଦ ଏବଂ ୨୦ ତାରିଖ ଗଜଲକ୍ଷ୍ମୀ ପୂଜା ପାଇଁ ଏହି ସାର୍ବଜନୀନ ଛୁଟି ଘୋଷଣା ହୋଇଥିବା ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।