ବିଧାୟକଙ୍କ ପାଇଁ ୧୩ରୁ ଦୁଇଦିନିଆ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର କାର୍ଯ୍ୟବିଧି ଓ କାର୍ଯ୍ୟ ପରିଚାଳନା ନିୟମାବଳୀ ଏବଂ ଟେକ୍ନୋଲୋଜିର ଉପଯୋଗ ଆଦି ପ୍ରସଙ୍ଗରେ ବିଧାୟକମାନଙ୍କ ପାଇଁ ଆସନ୍ତା ୧୩ ତାରିଖରୁ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ ଓ ଓଡ଼ିଶା ବିଧାନସଭା ସଚିବାଳୟର ମିଳିତ ଆନୁକୁଲ୍ୟରେ ଚଳିତ ମାସ ୧୩ ଓ ୧୪ ତାରିଖ ଦୁଇଦିନ ଧରି ଏହି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ବିଧାନସଭାର ନୂଆ ସମ୍ମିଳନୀ କକ୍ଷରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ […]

694033-naveen-patnaik-dna

694033-naveen-patnaik-dna

Manoranjan Sial
  • Published: Tuesday, 10 September 2019
  • Updated: 10 September 2019, 08:10 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର କାର୍ଯ୍ୟବିଧି ଓ କାର୍ଯ୍ୟ ପରିଚାଳନା ନିୟମାବଳୀ ଏବଂ ଟେକ୍ନୋଲୋଜିର ଉପଯୋଗ ଆଦି ପ୍ରସଙ୍ଗରେ ବିଧାୟକମାନଙ୍କ ପାଇଁ ଆସନ୍ତା ୧୩ ତାରିଖରୁ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ ଓ ଓଡ଼ିଶା ବିଧାନସଭା ସଚିବାଳୟର ମିଳିତ ଆନୁକୁଲ୍ୟରେ ଚଳିତ ମାସ ୧୩ ଓ ୧୪ ତାରିଖ ଦୁଇଦିନ ଧରି ଏହି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ବିଧାନସଭାର ନୂଆ ସମ୍ମିଳନୀ କକ୍ଷରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ବିଧାନସଭାର ବରିଷ୍ଠ ସଦସ୍ୟ, ଅନୁଭୂତିସମ୍ପନ୍ନ ଅଭିଜ୍ଞ ମନ୍ତ୍ରୀ, ବିଧାୟକ ଓ ଲୋକସଭା ସଚିବାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ଏହି ପ୍ରଶିକ୍ଷଣ ଶିବିରରେ ସାମିଲ ହୋଇ ବିଧାନସଭାର କାର୍ଯ୍ୟବିଧି ଓ କାର୍ଯ୍ୟ ପରିଚାଳନା ନିୟମାବଳୀ ଉପରେ ଆଲୋଚନା କରିବେ। ଏହି ପ୍ରଶିକ୍ଷଣ ଶିବିରରେ ସମସ୍ତ ବିଧାୟକ ଓ ବିଧାୟିକା ଯୋଗ ଦେବେ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos