ଡିଭାଇଡରରେ ପିଟି ହେଲା ବାଇକ୍‌, ୨ ମୃତ

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେବାରୁ ୨ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ରହ୍ମପୁର ବ୍ରହ୍ମା ନଗରର ସୁମନ ଦାସ ହିଞ୍ଜିଳି କଞ୍ଚୁଡୁର ଦଣ୍ଡ ପାଳ।

ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ସୁମନ ଓ କଞ୍ଚୁଡୁର ବ୍ରହ୍ମପୁରରୁ ବାହାରି ଛତ୍ରପୁର ଅଭିମୁଖେ ଯାଉଥିଲେ। ବାୟା ରେଷ୍ଟୁରାଣ୍ଟ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଡିଭାଇଡରରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।