Advertisment

ତୀର୍ଥଯାତ୍ରୀ ବସକୁ ପିଟିଲା ଟ୍ରେଲର, ୪ ମୃତ

ତାଳଚେର (ଓଡ଼ିଶା ରିପୋର୍ଟର): ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ୍ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଟ୍ରେଲର ଧକ୍କା ଦେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଆହୁରି ୨୫ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ପରିଚୟ ମିଳିଛି। ସେମାନେ ହେଉଛନ୍ତି କଣିହାଁ ଥାନା ଅନ୍ତର୍ଗତ କଂସମୁଣ୍ଡା ଗାଁର ମନୁ ବେହେରା ଓ ମସୁଣିହତା ଗାଁର ମେନକା ପ୍ରଧାନ। […]

author-image
Jitendra Garnayak
ଅଦ୍ୟତନ ହୋଇଛି
ତୀର୍ଥଯାତ୍ରୀ ବସକୁ ପିଟିଲା ଟ୍ରେଲର, ୪ ମୃତ

Bus

ତାଳଚେର (ଓଡ଼ିଶା ରିପୋର୍ଟର): ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ୍ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଟ୍ରେଲର ଧକ୍କା ଦେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଆହୁରି ୨୫ରୁ ଅଧିକ ଆହତ ହୋଇଛନ୍ତି।

Advertisment

ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ପରିଚୟ ମିଳିଛି। ସେମାନେ ହେଉଛନ୍ତି କଣିହାଁ ଥାନା ଅନ୍ତର୍ଗତ କଂସମୁଣ୍ଡା ଗାଁର ମନୁ ବେହେରା ଓ ମସୁଣିହତା ଗାଁର ମେନକା ପ୍ରଧାନ।

ଗତକାଲି ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ଝାରଖଣ୍ଡର ହଜାରିବାଗ ଠାରେ ଏହି ଦୁର୍ଘଟଣା ଘଟିଥିଲା। ଟ୍ରେଲର ଧକ୍କାରେ ବସ୍‌ଟି ଓଲଟି ପଡ଼ିଥିଲା। ଟ୍ରେଲରଟି ମଧ୍ୟ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ହିଁ ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ହଜାରିବାଗରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ବସ୍‌ଟିରେ ମୋଟ ୫୫ ଜଣ ଯାତ୍ରୀ ଥିଲେ। ସେମାନେ ବିହାରର ଗୟା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ମୃତକଙ୍କ ପରିବାର ଲୋକେ ମୃତଦେହ ଆଣିବା ପାଇଁ ଝାରଖଣ୍ଡ ଯାଇଥିବା ବେଳେ ସ୍ଥାନୀୟ ଅଞ୍ଚଳର ଶୋକରଛାୟା ଖେଳି ଯାଇଛି।

ସେପଟେ ଏହି ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା ହୋଇଛି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ କରି ସୂଚନା ଜାରି ହୋଇଛି। ଏଥିରେ କୁହାଯାଇଛି,  ମୟୂରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡ ହଜାରିବାଗରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ହୋଇଛି। ଏହି ଖବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସବୁ ଯାତ୍ରୀ ଯେପରି ଶୀଘ୍ର ନିଜନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତୀର୍ଥଯାତ୍ରୀଙ୍କ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜର ଲୋକମାନେ ଅଛନ୍ତି।