ଗଛରେ ପିଟି ହେଲା କାର୍‌, ୨ ମୃତ

ବ୍ରହ୍ମଗିରି (ଓଡ଼ିଶା ରିପୋର୍ଟର): ଗଛରେ ପିଟି ହେଲା କାର୍‌। ଚାଲିଗଲା ୨ ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ। ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। କାର୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଏଥିରେ ଡ୍ରାଇଭର ଓ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଡ୍ରାଇଭର ବାବୁ ଖାଁ ଓ ଧୀରେନ ପଲେଇ। ଧୀରେନଙ୍କ ଘର ବ୍ରହ୍ମଗିରି […]

Accident

Accident

Jitendra Garnayak
  • Published: Sunday, 22 May 2022
  • Updated: 22 May 2022, 07:49 AM IST

Sports

Latest News

ବ୍ରହ୍ମଗିରି (ଓଡ଼ିଶା ରିପୋର୍ଟର): ଗଛରେ ପିଟି ହେଲା କାର୍‌। ଚାଲିଗଲା ୨ ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ।

ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। କାର୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଏଥିରେ ଡ୍ରାଇଭର ଓ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ମୃତକ ଦ୍ୱୟ ହେଲେ ଡ୍ରାଇଭର ବାବୁ ଖାଁ ଓ ଧୀରେନ ପଲେଇ। ଧୀରେନଙ୍କ ଘର ବ୍ରହ୍ମଗିରି ଥାନା ସହଦେବପୁର ଗାଁରେ।

ଦୁର୍ଘଟଣା ସଂପର୍କରେ ଖବର ପାଇ ଦମକଳ ବାହିନୀ ସେଠାରେ ପହଞ୍ଚିଥିଲେ। ସେମାନେ କାର୍‌ର ସମ୍ମୁଖ ଭାଗକୁ କାଟି ଡ୍ରାଇଭରଙ୍କୁ ତା’ ଭିତରୁ ବାହାର କରିଥିଲେ।

ଉଭୟଙ୍କୁ ଉଦ୍ଧାର କରି ପୁରୀ ଡାକ୍ତରଖାନା ପଠାଯାଇଥିଲା। ତେବେ ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos