ବଲାଙ୍ଗିର (ଘଟେଶ୍ୱର ମିଶ୍ର): ପିଟି ଦେଲା ଟ୍ରକ୍। ଚାଲିଗଲା ଦୁଇ ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସତ୍ୟନାରାୟଣ ପଡ଼ା ଲକ୍ଷ୍ମୀଜୋର ପୋଲ ଉପରେ।
ମୃତକ ଦ୍ୱୟ ହେଲେ ତ୍ରିଲୋଚନ ସାଏ ଓ ଗୌରହରି ପୁଟେଲ। ତ୍ରିଲୋଚନଙ୍କ ଘର ବଲାଙ୍ଗିର ସହରର ଚିମନୀଭାଟି ପଡ଼ାର ହୋଇଥିବା ଗୌରହରି ଥିଲେ ସିନ୍ଦୁରବାହାଲ ଗାଁର ବାସିନ୍ଦା।
ଉଭୟ ବାଇକ୍ରେ ଟାଉନ୍ ଭିତରୁ ସମ୍ବଲପୁର ରାସ୍ତାରେ ଯାଉଥିବା ବେଳେ ଟ୍ରକ୍ଟି ସେମାନଙ୍କୁ ସାମ୍ନାରୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଥିଲା।
ଟାଉନ୍ ଥାନା ପୁଲିସ୍ ଟ୍ରକ୍ଟିକୁ ଜବତ କରିବା ସହିତ ଡ୍ରାଇଭରଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।
Crime
କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
୩ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୧୪ଟି ପ୍ଲଟ ସହିତ ଅନ୍ୟାନ୍ୟ ସଂପତ୍ତି ଅଛି ଏହି ଖଣି ଅଧିକାରୀଙ୍କର।
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’