ପୁରୀ(ମଧୁସୂଦନ ମିଶ୍ର):ପୁରୀ-ଭୁବନେଶ୍ୱର ମାଳତୀପାଟପୁର ଓଭର ବ୍ରିଜରେ ଆଜି ଭୋର ୪ଟା ସମୟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ବିଶ୍ୱଜିତ୍ ବାରିକ ଓ ରୁଦ୍ର ପ୍ରତାପ ବାରିକ।
ସେମାନଙ୍କ ଘର ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀରେ ବୋଲି ଜଣାପଡ଼ିଛି। ଆହତ ରାକେଶ ପୁହାଣଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ଭୋର ୪ଟା ସମୟରେ ୬ଜଣ ସାଙ୍ଗ ଦୁଇଟି ବାଇକ୍ରେ ପୁରୀ ବୁଲିବାକୁ ଆସିଥିଲେ। ତେବେ ବିଶ୍ୱଜିତ୍, ରୁଦ୍ର ଓ ରାକେଶ ଥିବା ବାଇକ୍ଟି ଦୁର୍ଘଟଣା ଗସ୍ତ ହୋଇଥିଲା। ପୁରୀ-ଭୁବନେଶ୍ୱର ମାଳତୀପାଟପୁର ଓଭର ବ୍ରିଜରେ ହମ୍ପସ୍ ଥିବା ଜାଣି ନ ପାରି ବ୍ରିଜରେ ବାଡ଼େଇ ହୋଇ ତଳକୁ ଛିଟ୍କି ପଡ଼ିଯାଇଥିଲା। ଘଟଣାସ୍ଥଳରେ ବିଶ୍ୱଜିତ୍ ଓ ରୁଦ୍ରଙ୍କର ମୃତ୍ୟୁ ଘଟିଥିଲା। ଆହତ ରାକେଶଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନ୍ୟ ତିନିଜଣଙ୍କ ଅବସ୍ଥା ଭଲ ଥିବା ଜଣାପଡ଼ିଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।