ନରସିଂହପୁର (ଦିଲୀପ ପଣ୍ଡା): କଟକ ଜିଲ୍ଲା ବଡ଼ମ୍ୱା ଥାନା ଅନ୍ତର୍ଗତ ରତାପାଟ ନିକଟ ହାଡୁଆ ନାଳରୁ ୨ ଜଣ ମହିଳା ଶୌଚ ସାରି ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ଧକ୍କାରେ ସେମାନଙ୍କର ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ରଙ୍ଗବତୀ ସାହୁ ଓ ତାରା ନାୟକ। ସେମାନଙ୍କ ଘର ରତାପାଟ ଗାଁର ଉପର ସାହିରେ।
ଆଜି ସକାଳ ପ୍ରାୟ ୫ଟା ୪୫ରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ ଗାଁ ଲୋକେ କଟକ- ନରସିଂହପୁର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଖବର ପାଇ ବଡମ୍ୱା ପୁଲିସ୍ ଓ ଆଡିସନାଲ ତହସିଲଦାର ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ଏଥିସହ ମୃତକଦ୍ୱୟଙ୍କ ପରିବାରକୁ ରେଡକ୍ରସ୍ ତରଫରୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ଦେବାକୁ ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକ ହଟିଥିଲା। ପୁଲିସ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଡ଼ମ୍ୱା ଡାକ୍ତରଖାନାକୁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।