ଦେବଗଡ଼(ସିଦ୍ଧାର୍ଥ ଗୁରୁ): ଦେବଗଡ଼ ଥାନା ଅନ୍ତର୍ଗତ ହଦମୁଣ୍ଡା ଘାଟି ନିକଟସ୍ଥ ୫୩ନମ୍ୱର ଜାତୀୟ ରାଜପଥରେ ଏକ ବସ୍ ବାଇକକୁ ଧକ୍କା ଦେବାରୁ ଜଣେ କଲେଜ ଛାତ୍ରୀଙ୍କ ସହ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ସନ୍ତୋଷ ପ୍ରଧାନ(୨୦) ଓ ସୀମାରେଖା ବିଶ୍ୱାଳ। ସେମାନଙ୍କ ଘର ବାଘିଆବନ୍ଧ ଗାଁରେ। ସୀମାରେଖା ଦେବଗଡ଼ କଲେଜରେ ଯୁକ୍ତ ୨ ଶ୍ରେଣୀର ଛାତ୍ରୀ ଥିଲେ।
ଆଜି ସକାଳ ପ୍ରାୟ ୭ଟା ବେଳେ ସନ୍ତୋଷ ଓ ସୀମାରେଖା ଏକ ବାଇକ୍ରେ ଦେବଗଡ଼ ଯାଉଥିଲେ। ଏହି ସମୟରେ ହଦମୁଣ୍ଡା ଘାଟି ନିକଟସ୍ଥ ୫୩ ନମ୍ୱର ଜାତୀୟ ରାଜପଥରେ ଦେବଗଡ଼ରୁ ଅନୁଗୋଳ ଯାଉଥିବା ଏକ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ବାଇକ୍ଟି କିଛି ଦୂର ପର୍ଯ୍ୟନ୍ତ ଘୋଷାଡ଼ି ହୋଇଥିଲା। ଘଟଣାସ୍ଥଳରେ ସନ୍ତୋଷଙ୍କର ମୃତ୍ୟୁ ଘଟିଥିବାବେଳେ ସୀମାରେଖା ଗୁରୁତର ଆହତ ହୋଇଛନ୍ତି।
ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।