ଚାନ୍ଦବାଲି:(ଓଡ଼ିଶା ରିପୋର୍ଟର):ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍। ଆଉ ଚାଲିଗଲା ଦୁଇ ଦୁଇଟି ଜୀବନ। ଭଦ୍ରକ ଜିଲ୍ଲା ବାଂଶଡା ଥାନା ଅନ୍ତର୍ଗତ ନୂଆଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦେଲେ ଅଶୋକ ଦାସ ଓ ବଳରାମ ନାୟକ। ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଆନନ୍ଦ ନାୟକ। ମୃତାହତ ସମସ୍ତେ ନଳଗୋହିରା ଗାଁରେ ବୋଲି ଜଣାପଡ଼ିଛି।
ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ୩ ଜଣ ଯୁବକ ଏକ ବାଇକ୍ରେ ମତୋ-ନଲୋଗୋହରା ରାସ୍ତାରେ ଫେରୁଥିବା ବେଳେ ନୂଆଗାଁ ନିକଟରେ ବାଇକ୍ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ୩ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅଶୋକଙ୍କ ମୃତ୍ୟୁ ଘଟିଥିଲା। ବଳରାମ ଓ ଆନନ୍ଦଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ବଳାରାମଙ୍କ ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।
Crime
ଉଜୁଡ଼ିଗଲା ଫସଲ; ହୃଦଘାତରେ ଟଳି ପଡ଼ିଲେ ଚାଷୀ
ଦାଉ ସାଧିଲା ଅଦିନିଆ ବର୍ଷା । ଉଜୁଡ଼ିଗଲା ଫସଲ। ବର୍ଷ ଯାକର ପରିଶ୍ରମ ପାଣିରେ ପଡ଼ିଲା। ଏହା ଦେଖି ସହ୍ୟ କରିବା କଷ୍ଟକର ହେଲା ଆଉ ଶେଷରେ ହୃଦଘାତରେ ଟଳି ପଡ଼ିଲେ ଚାଷୀ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।