ଭବାନୀପାଟଣା(ରାଜ କୁମାର ସିଂହଦେଓ): ଧାନ ବୋଝେଇ ଟ୍ରକ୍ରେ ପିଟିହେଲା ବାଇକ୍। ଘଟଣା ସ୍ଥଳରେ ଶଳା ଓ ଭିଣୋଇଙ୍କ ମୃତ୍ୟୁ ଘଟିଥିବା ବେଳେ ଭଣଜା ଗୁରୁତର ଆହତ ହୋଇଛନ୍ତି। ଆଜି ଏମିତି ଭୟଙ୍କର ଦୁର୍ଘଟଣା କଳାହାଣ୍ଡି ଜିଲ୍ଲାରେ ଘଟିଛି।
ଆଗକୁ ପଢନ୍ତୁ : ଷଣ୍ଢ ଧକ୍କାରେ ଜଳିଗଲା କାର୍!
ଆଜି ସନ୍ଧ୍ୟା ବେଳେ କେସିଙ୍ଗା ରାମ ଭୋଇ, ତାଙ୍କ ବାପା ଡେଙ୍ଗା ଭୋଇ ଓ ମାମୁ ଲଟକା ଏକ ବାଇକ୍ରେ ଯାଉଥିଲେ। ତେବେ ୨୬ ନମ୍ୱର ଜାତୀୟ ରାଜପଥରେ ଏକ ଧାନ ବୋଝେଇ ଟ୍ରକରେ ପିଟି ହୋଇଯାଇଥିଲେ ରାମ ଭୋଇଙ୍କ ବାଇକ୍। ଫଳରେ ଘଟଣା ସ୍ଥଳରେ ରାମଙ୍କ ବାପା ଓ ମାମୁଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ରାମକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କେସିଙ୍ଗା ମେଡିକାଲ୍ରେ ଭର୍ତ୍ତି କରିଥିଲେ। ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଉଦ୍ବେଗ ଜନକ ରହିଛି।
ଅନ୍ୟପକ୍ଷରେ ଦୁର୍ଘଟଣା ପରେ ଧାନ ବୋଝେଇ ଟ୍ରକ ଛାଡି ଡ୍ରାଇଭର ଫେରାର ହୋଇଯାଇଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।