/odisha-reporter/media/post_attachments/uploads/2020/10/car-2.jpg)
car
ଫୁଲବାଣୀ (ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା କଳିଙ୍ଗିଆ-ଉଦୟଗିରି ରାସ୍ତାର ରାଇପଦା ଗାଁ ନିକଟ ବୁଲାଣି ରାସ୍ତାରେ ଦୁଇ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ପାଞ୍ଚ ସାହୁ ଏବଂ ସୁବାଷ ଚନ୍ଦ୍ର ବେହେରାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି।
Advertisment
ଜି. ଉଦୟଗିରି ଥାନା ପୁଲିସ ଓ ଅଗ୍ନିଶମ କର୍ମଚାରୀମାନେ ସମସ୍ତଙ୍କୁ ଉଦ୍ଧାର କରି ପ୍ରଥମେ ଜି. ଉଦୟଗିରି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଦୁଇ ମୃତକଙ୍କ ସମେତ ସମସ୍ତ ଗୁରୁତରଙ୍କ ଘର ଟିକାବାଲି ଅଞ୍ଚଳର ବୋଲି ଜଣାପଡ଼ିଛି। ତେବେ କେଉଁ କାରଣ ପାଇଁ ଦୁର୍ଘଟଣା ଘଟିଛି ସେ ନେଇଁ ସ୍ପଷ୍ଟ ଭାବେ କିଛି ଜଣାପଡ଼ିନାହିଁ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
