ଯାଜପୁର(ଗୁଲାମ ଗସ): ମାମୁ-ଭଣଜା ଦୁତିଆ ଓଷା ଭାର ନେଇ ଯାଉଥିଲେ। ବ୍ରିଜ୍ ଉପରେ ପିଟିଦେଲା ଟ୍ରକ୍। ଘଟଣାସ୍ଥଳରେ ହିଁ ମାମୁ-ଭଣଜାଙ୍କ ଜୀବନ ଚାଲିଗଲା। ଆଜି ଏମିତି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଯାଜପୁର ଜିଲ୍ଲାରେ ଘଟିଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।
କୁଆଖିଆ ଥାନା ମଧୁବନ ନଗୁଆଁ ଗାଁର ରାଜକିଶୋର ମହାନ୍ତି ନିଜର ଭଉଣୀ ଘର ଅଫସରପୁର ଗାଁକୁ ଦୁତିଆ ଓଷା ଭାର ନେଇ ଯାଉଥିଲେ। ସାଥୀରେ ଥିଲେ ଭଣଜା। ତେବେ ଖରସ୍ରୋତା ନଦୀ ବ୍ରିଜ ଉପରେ ଗୋଟିଏ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ମାମୁ ଓ ଭଣଜାର ମୃତ୍ୟୁ ଘଟିଥିଲା। ତେବେ ଦୁର୍ଘଟଣା କରିଥିବା ଟ୍ରକ୍ଟି ଘଟଣା ସ୍ଥଳରୁ ଫେରାର ହୋଇ ଯାଇଛି। ଏହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ରୋକ କରିଥିଲେ। ତେବେ ଖବର ପାଇ ଖୁଆଖିଆ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରି ଶବ ବ୍ୟବଚ୍ଛେଦ ପାଇଁ ଯାଜପୁର ଟାଉନକୁ ପଠାଇ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।