ଉମରକୋଟ (ଓଡ଼ିଶା ରିପୋର୍ଟର): ଏକ ଚିପିସ୍ ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅନ୍ତର୍ଗତ ପୁରୁଲା ଛକରେ।
ମୃତକ ଦ୍ୱୟ ହେଲେ ସଦା ପନକା ଓ ଭଦର ପନକା। ସଦାଙ୍କ ଘର ଚାଟିଗୁଡ଼ାରେ ହୋଇଥିବା ବେଳେ ଭଦରଙ୍କ ଘର ମେଦନା ଗାଁରେ।
ଏ ଦୁହେଁ ଏକ ବାଇକ୍ରେ ଧଡ୍ରା ବଜାରରୁ ଡିଜେଲ ନେଇ ଫେରୁଥିବା ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଚିପ୍ସ ବୋଝେଇ ଟ୍ରାକ୍ଟରଟି ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା।
ସୂଚନାଯୋଗ୍ୟ, ଦ୍ରୁତ ଗତିରେ ଗାଡ଼ି ଚଳାଇବା,ଟ୍ରାଫିକ୍ ନିୟମ ନ ମାନିବା ଏବଂ ମଦ ପିଇ ଗାଡ଼ି ଚଳାଇବା ଯୋଗୁଁ ପ୍ରତିଦିନ ଉମରକୋଟ ଅଞ୍ଚଳରେ ଏଭଳି ଦୁର୍ଘଟଣା ଘଟୁଛି। ଲୋକଙ୍କୁ ଆହୁରି ସଚେତନ କରିବା ଜରୁରୀ ହୋଇଥିବା ବେଳେ ପୁଲିସ୍ ବି ସକ୍ରିୟ ହେବା ଦରକାର ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ମତ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।