ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ବାମୁର ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ମାନସ ରଞ୍ଜନ ପ୍ରଧାନ ଓ ଚନ୍ଦ୍ରକାନ୍ତ ରାଉଳ।
ମାନସଙ୍କ ଘର ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ଉଗି ଗାଁରେ। ଚନ୍ଦ୍ରକାନ୍ତଙ୍କ ଘର ବଡ଼କେରା ଥାନା ଅନ୍ତର୍ଗତ ତୁମୁଣି ଗାଁରେ।
ମାନସ ଓ ଚନ୍ଦ୍ରକାନ୍ତ ଗୋଟିଏ ବାଇକ୍ରେ ଆସୁଥିଲେ। ସେମାନେ ଝାରସୁଗୁଡ଼ାରୁ ନିଜ ନିଜ ଗାଁକୁ ଫେରୁଥିଲେ। ଆଜି ଭୋର ପ୍ରାୟ ସାଢ଼େ ଚାରିଟା ସମୟରେ ବାମୁର ନିକଟରେ ୫୫ନମ୍ବର ଜାତୀୟ ରାଜପଥରେ ସେମାନେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ତେବେ ସେମାନେ କେମିତି ଦୁର୍ଘଟଣାଗ୍ରସ୍ତ ହେଲେ, ତାହା ସ୍ପଷ୍ଟ ହୋଇନି। କୌଣସି ଗାଡ଼ି ସେମାନଙ୍କୁ ପିଟି ଚାଲି ଯାଇଥିବା ଅନୁମାନ କରାଯାଉଛି।
ପୁଲିସ୍ ଉଭୟଙ୍କୁ ଉଦ୍ଧାର କରି କିଶୋରନଗର ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ତେବେ ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା।
ମାନସ ଝାରସୁଗୁଡ଼ାରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।