ବଜ୍ରାଘାତରେ ୨ ମୃତ, ୩ ଗୁରୁତର

ଆନନ୍ଦପୁର/ଭଦ୍ରକ (ଓଡ଼ିଶା ରିପୋର୍ଟର): ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣା ଦୁଇଟି ଘଟିଛି କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ। କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ଅନ୍ତର୍ଗତ ବାହାରିପୁର ଗାଁରେ ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ଯୋଗୁ ଦୁଇ ଜଣଙ୍କର ମୃତ୍ୟୁ ଗଟିଛି। ମୃତକ ଦ୍ୱୟ ହେଉଛନ୍ତି- ନୃସିଂହ ଜେନା ଓ କାହ୍ନୁ ଜେନା। ଦୁଇ ଜଣଙ୍କ ମୃତ୍ୟୁକୁ ନେଇ […]

lightning

Jitendra Garnayak
  • Published: Friday, 22 July 2022
  • , Updated: 22 July 2022, 05:16 PM IST

ଆନନ୍ଦପୁର/ଭଦ୍ରକ (ଓଡ଼ିଶା ରିପୋର୍ଟର): ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣା ଦୁଇଟି ଘଟିଛି କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ।

କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ଅନ୍ତର୍ଗତ ବାହାରିପୁର ଗାଁରେ ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ଯୋଗୁ ଦୁଇ ଜଣଙ୍କର ମୃତ୍ୟୁ ଗଟିଛି। ମୃତକ ଦ୍ୱୟ ହେଉଛନ୍ତି- ନୃସିଂହ ଜେନା ଓ କାହ୍ନୁ ଜେନା। ଦୁଇ ଜଣଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ ନନ୍ଦିପୁର ଗାଁରେ ବଜ୍ରାଘାତରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଉଛନ୍ତି ପ୍ରଭାକର ସାହୁ, ଅନିରୁଦ୍ଧ ବେହେରା ଓ ପ୍ରଶାନ୍ତ ନାୟକ। ସେମାନଙ୍କ ମଧ୍ୟରୁ ଅନିରୁଦ୍ଧ ଓ ପ୍ରଶାନ୍ତ ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ପ୍ରଭାକରଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି ମଧ୍ୟାହ୍ନରେ ଏ ତିନି ଜଣ ଜମିରେ କାମ କରୁଥିଲେ। ସେମାନେ ତଳିରୁଆ କାମରେ ଲାଗିଥିବା ବେଳେ ହଠାତ୍ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ମାରିଥିଲା। ବିଜୁଳି ମାରିବାରୁ ତିନି ଜଣ ଯାକ ଆହତ ହୋଇଥିଲେ। ଚିକିତ୍ସା ପରେ ସେମାନଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି।

Related story