ଚୌଦ୍ୱାର (ପ୍ରକାଶ କୁମାର ନାୟକ): କଟକ ଜିଲ୍ଲା ଟାଙ୍ଗୀ ନିକଟରେ ୧୬ ନମ୍ୱର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ଲେଖାଯିବା ସୁଦ୍ଧା ମୃତାହତଙ୍କ ପରିଚୟ ମିଳିପାରି ନାହିଁ।
[caption id="attachment_400794" align="aligncenter" width="750"] କାର୍ କବାଟ[/caption]
ଆଜି ସକାଳେ ନିଗୁଣ୍ଡୀ ଟୋଲଗେଟ୍ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଯାଜପୁରରୁ କଟକ ଆଡ଼କୁ ଯାଉଥିବା ଏକ କାର୍ ଦ୍ରୁତଗତିରେ ଆସି ଟ୍ରକ୍ ପଛରେ ପିଟି ହୋଇଥିଲା। ଘଟଣାସ୍ଥଳରେ ହିଁ କାର ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଟାଙ୍ଗୀ ପୁଲିସ୍ କାର୍ରେ ଥିବା ଅନ୍ୟ ୩ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ଡାକ୍ତରଖାନା ପଠାଇଥିଲା। ତେବେ ଡାକ୍ତରଖାନା ନେବା ବାଟରେ ଆଉ ଜଣଙ୍କର ମୃତ୍ୟୁ ଘଟିଥିଲା।
ଦୁର୍ଘଟଣା ପରେ ଟ୍ରକ୍ଟି ସେଠାରୁ ପଳାଇ ଯାଇଥିଲା। ଦୁର୍ଘଟଣାଗ୍ରସ୍ତ କାର୍ଟିକୁ ପୁଲିସ୍ ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।