କାମାକ୍ଷାନଗର (ବିଦ୍ୟାଧର ବରାଳ): ଟଙ୍କା ଉଠାଇବାକୁ ଜଣେ ମହିଳା ଓ ତାଙ୍କ ପୁଅ ଏଟିଏମ୍କୁ ଯାଉଥିଲେ। ହେଲେ ବାଟରେ ପିଟି ଦେଲା ବୋଲେରୋ ଓ ଚାଲିଗଲା ସେମାନଙ୍କ ଜୀବନ। ଏମିତି ଏକ ଦୁଃଖଦାୟକ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଞ୍ଚଳରେ।
ମୃତକ ଦ୍ୱୟ ହେଲେ କଳାବତୀ ନାୟକ ଓ ତାଙ୍କ ପୁଅ ମୁନା ନାୟକ। ସେମାନଙ୍କ ଘର ବସୁଲେଇ ଗାଁରେ।
ସୂଚନା ଅନୁଯାୟୀ, ମା’ପୁଅ ଟଙ୍କା ଉଠାଇବା ପାଇଁ ବାଇକ୍ ଯୋଗେ ସରାଙ୍ଗରେ ଥିବା ଏକ ଏଟିଏମ୍କୁ ଯାଉଥିଲେ। ଗାଁ ନିକଟସ୍ଥ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ରାସ୍ତାରେ ଏକ ବୋଲେରୋ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଥିଲା।
ଦୁର୍ଘଟଣା ଘଟାଇବା ପରେ ବୋଲେରୋ ଡ୍ରାଇଭର ଗାଡ଼ି ଛାଡ଼ି ସେଠାରୁ ଫେରାର ହୋଇଯାଇଥିଲେ। ପୁଲିସ୍ ମୃତଦେହ ଦୁଇଟିକୁ ଉଦ୍ଧାର କରିବା ସହିତ ଗାଡ଼ି ଜବତ କରିଥିଲା। ଏହି ଦୁର୍ଘଟଣା ପରେ ବେଶ୍ କିଛି ସମୟ ଧରି କେନାଲ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।